ଆଜିର ରାଶିଫଳ! ଏବେଠୁ ପଢ଼ନ୍ତୁ ଓ ସେହି ଅନୁସାରେ କାମ କରନ୍ତୁ

ମେଷ : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ବୃଷ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ମିଥୁନ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ।

କର୍କଟ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ସିଂହ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

କନ୍ୟା: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ। ଦେହ ଓ ମନ ସୁସ୍ଥ ରହିବ।

ତୁଳା: କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ବିଛା: ଉଦ୍ୟମରେ ସଫଳତା ପାଇବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ନିର୍ବାଚନରେ ବିଜୟ ଲାଭ କରିବେ। ଦେହ, ମନ ସୁସ୍ଥ ରହିବ।

ଧନୁ : ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ କର୍ମରେ ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଶରୀର ସୁସ୍ଥ ରହିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୬

ମକର: ଆଜି କର୍ମକ୍ଷେତ୍ରରେ ଅସୁବିଧା ଯୋଗୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ।

କୁମ୍ଭ: କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

ମୀନ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ। ଦେହ ଓ ମନ ସୁସ୍ଥ ରହିବ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.