ରାଶିଫଳ

ଆଜିର ରାଶିଫଳ, ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କର କେମିତି କଟିବ ଦିନ

ମେଷ : ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହ ସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ବୃଷ : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଦୁଶ୍ଚିନ୍ତାରେ ରହିବେ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ।

ମିଥୁନ: ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି ।

କର୍କଟ: ଆଜି ଆପଣ ନିଜର ଶାରୀରିକ ସୁନ୍ଦରତା ଉପରେ ଧ୍ୟାନ ଦେବେ ଏବଂ ନିଜ ମନ ପସନ୍ଦର ପୋଷାକ ପିନ୍ଧିବେ। ଆପଣଙ୍କର ଏହି ନୂଆ ରୂପକୁ ଦେଖି ଲୋକମାନେ ପ୍ରଶଂସା କରିବେ। ଆପଣଙ୍କ ସାଥୀ ମଧ୍ୟ ଆପଣଙ୍କର ଏହି ପରିବର୍ତ୍ତନରେ ଖୁସି ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ।

ସିଂହ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କନ୍ୟା: ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ତୁଳା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ବିଛା : କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟ ଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

ଧନୁ : ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ। କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ।

ମକର : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

କୁମ୍ଭ : ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ଖାସ୍ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ମୀନ : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago