ଆଜିର ରାଶିଫଳ, ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କର କେମିତି କଟିବ ଦିନ

ମେଷ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ବୃଷ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ମିଥୁନ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ସିଂହ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

କନ୍ୟା : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ତୁଳା: ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ବିଛା: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ଧନୁ: ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

ମକର: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

କୁମ୍ଭ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ: ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.