ରାଶିଫଳ

ଆଜିର ଭାଗ୍ୟଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ଆଜି କର୍ମକ୍ଷେତ୍ରରେ ଅସୁବିଧା ଯୋଗୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଅଶ୍ଳେଷା ନକ୍ଷତ୍ରର କୌଣସି ଆତ୍ମୀୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।

ବୃଷ : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ମିଥୁନ : କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

କର୍କଟ : ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।

ସିଂହ: ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

କନ୍ୟା : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ତୁଳା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ବିଛା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ଧନୁ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ମକର : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

କୁମ୍ଭ : ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ମୀନ : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ।

Swagatika

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

7 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

17 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

28 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

56 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago