ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ସକାଳୁ ଉଠୁ ଉଠୁ ସମସ୍ତଙ୍କର ଗୋଟିଏ ଚିନ୍ତା ଥାଏ ଆଜିର ଦିନଟି କେମିତି କଟିବ । ଯଦି କୌଣସି ଶୁଭ କାମ ଥାଏ ତେବେ ଭଲରେ ହେବକି ନାହିଁ । ଆଉ ଯଦି କୌଣସି କାର୍ଯ୍ୟରେ ବାହାରକୁ ଯାତ୍ରା କରିବାକୁ ଥାଏ, ତେବେ ତାହା ସଫଳ ହେବ କି ନାହିଁ । ଏମିତି କେତେ କଣ । ଯଦି ଆପଣ ସକାଳୁ ସକାଳୁ ନିଜ ରାଶି ବିଷୟରେ କିଛିଟା ଜାଣିଥାନ୍ତି ତେବେ ଆପଣଙ୍କୁ ଆଉ ସେତେଟା ଭୟ ରହିବ ନାହିଁ। ତେବେ ଜାଣି ରଖନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ…

ମେଷ :
ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

ବୃଷ :
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଧଳା।

ମିଥୁନ :
ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

କର୍କଟ :
ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ସବୁଜ।

ସିଂହ :
ଅଚାନକ ଧନ ଲାଭ ହେବାର ଯୋଗ ରହିଛି। ଏହା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ଯଦି ଆପଣ କେଉଁ ସ୍ଥାନରେ ନିବେଶ କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କୁ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଆପଣଙ୍କୁ ଆର୍ଥିକ ଉନ୍ନତି ମିଳିବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଧଳା।

କନ୍ୟା :
ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ବାଇଗଣୀ

ତୁଳା :
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି । ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ସବୁଜ।

ବିଛା :
ବିଛା ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନ ଶୁଭ ସାବ୍ୟସ୍ତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ରୁଚି ରଖୁଥିବା ବ୍ୟକ୍ତିଙ୍କର ମନ ଶାନ୍ତ ଓ ଖୁସି ରହିବ। ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କଲେ ଅନ୍ୟ ଲାଭ ମିଳିବ। ସମାଜରେ ମାନ-ସମ୍ମାନ ବଢ଼ିବ ଓ ଚାକିରିରେ ଉନ୍ନତି ହେବ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ବାଇଗଣୀ।

ଧନୁ:
ଧନୁ ରାଶିର ବ୍ୟକ୍ତି ଆଜି ଅଧିକ ଲାଭବାନ ହେବେ। ଆର୍ଥିକ ଉନ୍ନତି ଘଟିବ। ଚାକିରି କରିଥିବା ବ୍ୟକ୍ତିଙ୍କୁ ପଦୋନ୍ନତି ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ବ୍ୟବସାୟ କରୁଥିବା ବ୍ୟକ୍ତି ଅଟକି ଥିବା ଟଙ୍କା ଫେରିପାଇବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

ମକର :
ମକର ରାଶିର ବ୍ୟକ୍ତି ଯେଉଁମାନେ ଚାକିରି କିମ୍ବା ବ୍ୟବସାୟ କରୁଛନ୍ତି, ସେମାନଙ୍କୁ ଶତ ପ୍ରତିଶତ ସଫଳତା ମିଳିବ। ଏହି ରାଶିର ଲୋକଙ୍କ ଜାତକରେ ଆୟ ବୃଦ୍ଧି ହେବ। ଏହା ସହ ନବ ବିବାହିତଙ୍କୁ ବୈବାହିକ ଜୀବନରେ ଭରପୂର ଖୁସି ମିଳିବ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

କୁମ୍ଭ:
ଦୂର ଯାତ୍ରା କରୁଥିଲେ ସତର୍କ ରୁହନ୍ତୁ। ଶାରୀରିକ ଏବଂ ମାନସିକ କଷ୍ଟ ପାଇପାରନ୍ତି। ଗୁପ୍ତ ଧନ ପାଇପାରନ୍ତି। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ଧଳା।

ମୀନ:
ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ସନ୍ତାନଠୁ ଖୁସି ପାଇବେ। ପୁରୁଣା ଶତ୍ରୁ, ପୁରୁଣା ବିବାଦ ଏବଂ ପୁରୁଣା କଥା ସାମ୍ନାକୁ ଆସିପାରେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.