ରାଶିଫଳ

ରାଶିଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ବୃଷ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମିଥୁନ : ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

କର୍କଟ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ସିଂହ : ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

କନ୍ୟା : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ତୁଳା : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ବିଛା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ଧନୁ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମକର : ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କୁମ୍ଭ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।

ମୀନ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

WCW 11

Recent Posts

କାହାକୁ ମିଳିବ କେଉଁ ବିଭାଗ, ଆଜି ହୋଇପାରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ଭୁବନେଶ୍ୱର (କେନ୍ୟୁଜ): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ ।  କାହାକୁ ମିଳିବ କେଉଁ ବିଭାଗ ? ଖୁବଶୀଘ୍ର ମନ୍ତ୍ରୀମାନଙ୍କୁ ବିଭାଗ…

14 mins ago

ସୁନ୍ଦରଗଡ଼ର ଝିଅକୁ ବାହାହେବା ପାଇଁ ସୁଦୂର ରାଜସ୍ଥାନରୁ ଦୌଡ଼ି ଆସିଲେ ଦିବ୍ୟାଙ୍ଗ ଯୁବକ ଦୀନ ଦୟାଲ

ରାଉରକେଲା(କେନ୍ୟୁଜ): ଦିବ୍ୟାଙ୍ଗ ଯୁବକ ଯୁବତୀଙ୍କ ଫେସବୁକ୍ ପ୍ରେମ ଯୋଗୁଁ ରାଜସ୍ଥାନର ମଥପୁର ଗାଁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଲହଣ୍ଡା…

18 mins ago

ଟି୨୦ ବିଶ୍ବକପ: ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ

(କେନ୍ୟୁଜ): ଟି୨୦ ବିଶ୍ବକପରେ ଗତକାଲି ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ । ୧୧୧…

48 mins ago

ଓଡ଼ିଶାରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର: ଜାଣନ୍ତୁ ଆଉ କେଉଁଠି କେତେ ଅଛି ମୂଲ୍ୟ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

କାଶୀପୁରରେ ଅଜଣା ରୋଗ ଆତଙ୍କ : ଗଲାଣି ୪ ଶିଶୁଙ୍କ ଜୀବନ

ରାୟଗଡା (କେନ୍ୟୁଜ): ରାୟଗଡା ଜିଲ୍ଲା କାଶୀପୁର ବ୍ଳକରେ ପୁଣି ଅଜଣା ରୋଗ ଆତଙ୍କ । ଦୁର୍ଗମ ଡଙ୍ଗାସିଲ ପଞ୍ଚାୟତ ଅନ୍ତର୍ଗତ…

2 hours ago