Below header

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ବୃଷ : ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ସାଧାରଣ କଥାରେ ଯୁକ୍ତି ତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

ମିଥୁନ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

କର୍କଟ : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ସିଂହ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ତୁଳା: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ବିଛା: ନିଜର କାମ ଯଥା ସମୟରେ ପୂରା କରିନେବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ଧନୁ: ଆଶା ବାସ୍ତବତାରେ ପରିଣତ ହେବ। ବହୁ ଦିନର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଚିନ୍ତା ଧାରାରେ ପରିବର୍ତ୍ତନ ଆସିବ। ଧନୁ ପରି ନମ୍ରତା, ନିରବତା ରକ୍ଷା କରନ୍ତୁ। ଦେହ ଓ ମନ ସୁସ୍ଥ ରହିବ।

ମକର: ଏହି ବ୍ୟକ୍ତି ବିଶେଷ ଅତି ଚତୁରତାର ସହ ପରିବାରରେ ଶାନ୍ତି ରକ୍ଷା କରିବା ପାଇଁ ସହାୟକ ହେବେ। ଉତ୍ତରାଧିକାରୀ ପରିବାର ଲୋକଙ୍କୁ ମାର୍ଗଦର୍ଶନ ଦେବେ। ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଦେହ ମନ ସୁସ୍ଥ ରହିବ।

ମୀନ: ଶରୀର ସୁସ୍ଥ ରହିବା ହେତୁ ମନ ପ୍ରସନ୍ନ ରହିବ। ବଡ଼ କ˚ପାନି ସହିତ ବ୍ୟବସାୟର ସୁଯୋଗ ମିଳିବ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.