Below header

ରାଶିଫଳ : ଜାଣନ୍ତୁ, ଆଜି ଆପଣଙ୍କ ଭାଗ୍ୟରେ କ’ଣ ଅଛି !

ମେଷ :

ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।

ବୃଷ :

ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ, ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମିଥୁନ :

ଆଶା ବାସ୍ତବତାରେ ପରିଣତ ହେବ। ଉଦ୍ୟମରେ ସଫଳତା ମିଳିବ। ନିର୍ବାଚନ ପ୍ରତିଦ୍ୱନ୍ଦିବାରେ ବିଜୟୀ ପାଇଁ ସ୍ୱତନ୍ତ୍ର ଭାବେ ପୂଜା କରିବେ। ବେକାରଙ୍କୁ ନିଯୁକ୍ତି ମିଳିବ। ଯାନବାହନ କ୍ଷେତ୍ରରେ ଉନ୍ନତି କରିବେ। ପରିବାରକୁ ନେଇ ଦୂର ଯାତ୍ରା କରିବେ। ପୂଜାପାଠରେ ଅଧିକ ସମୟ ଦେବେ।

କର୍କଟ :

ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଆଶା ବାସ୍ତବତାରେ ପୂରଣ ହେବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବେ। ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ସିଂହ :

ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

କନ୍ୟା :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି, ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ତୁଳା :

ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟକି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ବିଛା :

ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ଧନୁ :

ଉଦ୍ୟମ ଜାରି ରଖିଲେ ନିଶ୍ଚିତ ରୂପେ ସଫଳତା ମିଳିବ। ଆପଣଙ୍କ ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ଗ୍ରହମାନଙ୍କ ସ୍ଥିତି ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ନୂଆ କାର୍ଯ୍ୟ କରିବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମକର :

ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କୁମ୍ଭ :

ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ମୀନ :

ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.