ଆଜିର ରାଶିଫଳ, ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କର କେମିତି କଟିବ ଦିନ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଯିବ। ଆଜି ଆପଣ ଅଧିକ ଅର୍ଥ ଉପାର୍ଜନ କରିବେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଜି ଦିନରେ ଆପଣ ଯୋଜନା ବଦ୍ଧ କରିବେ । ଦେହ ମନ ସୁସ୍ଥ ରହିବ।

ବୃଷ: ଶାରୀରିକ ସୁସ୍ଥତା ଅନୁଭବ କରିବେ । ପ୍ରତିଦ୍ବନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଅସମ୍ପୂର୍ଣ୍ଣ କାର୍ଯ୍ୟ ଆଜିର ଦିନରେ ସମ୍ପୂର୍ଣ୍ଣ ହେବ । ନୂତନ କାର୍ଯ୍ୟକ୍ରମ ହାତକୁ ନେବେ । ଆଜି କର୍ମ କ୍ଷେତ୍ରରେ ପଦ ଉର୍ନ୍ନତିର ରାସ୍ତା ସରଳ ଓ ସୁଗମ ହେବ ।

ମିଥୁନ: ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଜି ସମସ୍ତ ଆଶା ବାସ୍ତବତାରେ ପୂର୍ଣ୍ଣ ହେବ । ଆଜି ପ୍ରେତେକ କ୍ଷେତ୍ରରେ ମର୍ଯ୍ୟାଦା ପାଇବେ । ଆର୍ଥିକ ମେରୁଦଣ୍ଡ ସୃଦୁଢ ରହିବ ।

କର୍କଟ : ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ।

ସିଂହ: ଆଗକୁ ଆସୁଥିବା ନିର୍ଵାଚନରେ ଆପଣ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା କରିବେ । ଆଜି ବିଭିନ୍ନ କାର୍ଯ୍ୟକ୍ରମର ନିଷ୍ପତି ନେବେ । ଦେହ ମନ ସୁସ୍ଥ ରହିବ । ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

କନ୍ୟା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ।

ତୁଳା :ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

ବିଛା : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ଧନୁ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମକର : ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

କୁମ୍ଭ: ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ମୀନ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଆପଣଙ୍କ ରାଶିରେ ଶନି ଓ ବୃହସ୍ପତି ଗୋଟିଏ ଘରେ ଥିବାରୁ ସବୁ ଆଶା ବାସ୍ତବତାରେ ପୁରାଣ ହେବ । ନୂତନ କାର୍ଯ୍ୟକ୍ରମ ହାତକୁ ନେବେ । ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.