ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ବୃଷ :  ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

 

ମିଥୁନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

କର୍କଟ :  ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ବିଛା : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ଧନୁ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ମକର : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

କୁମ୍ଭ :ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

D Sonali

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

19 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

21 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

28 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

37 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

37 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

54 mins ago