ସକାଳୁ ସକାଳୁ ଜାଣନ୍ତୁ ଦିନଟି କେମିତି କଟିବ, କଣ କହୁଛି ଆପଣଙ୍କ ଭାଗ୍ୟ

ମେଷ : ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। ବହୁତ ଦିନର ଅଧା କାର୍ଯ୍ୟ ଶେଷ ହେବ। କାର୍ଯ୍ୟ ହାସଲ କରିବା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଦେହ ମନ ସୁସ୍ଥ ରହିବ। ଋଣ ପରିଶୋଧ କରିବେ। ଅର୍ଥର ଝଡ ବୋହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

ବୃଷ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

 

ମିଥୁନ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

କର୍କଟ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ସିଂହ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କନ୍ୟା : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ତୁଳା : ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ବିଛା : ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ଧନୁ : ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

ମକର : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

କୁମ୍ଭ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ମୀନ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.