ଆଜିର ରାଶିଫଳ! ଏବେଠୁ ପଢ଼ନ୍ତୁ ଓ ସେହି ଅନୁସାରେ କାମ କରନ୍ତୁ

ମେଷ : ଆଜି ଆପଣଙ୍କ ମନ ମଜା-ମସ୍ତିରେ ରହିବ। ଆଜି ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି ।

ବୃଷ : ବେପାରରେ ମନପ୍ରାଣ ଢ଼ାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ମିଥୁନ: ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କର୍କଟ: ଆଜି ଆପଣ ନିଜର ଶାରୀରିକ ସୁନ୍ଦରତା ଉପରେ ଧ୍ୟାନ ଦେବେ ଏବଂ ନିଜ ମନ ପସନ୍ଦର ପୋଷାକ ପିନ୍ଧିବେ। ଆପଣଙ୍କର ଏହି ନୂଆ ରୂପକୁ ଦେଖି ଲୋକମାନେ ପ୍ରଶଂସା କରିବେ। ଆପଣଙ୍କ ସାଥୀ ମଧ୍ୟ ଆପଣଙ୍କର ଏହି ପରିବର୍ତ୍ତନରେ ଖୁସି ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ।

ସିଂହ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କନ୍ୟା: ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ। କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ।

ତୁଳା: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ବିଛା: ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ। ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କାରବାରରେ ଧନଲାଭ ହେବ।

ଧନୁ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ: ଜନପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବହୁତ ଦିନ ଖରାପ ରହିଛି। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମୀନ : ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.