ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ସାହସିକ ପଦକ୍ଷେପ ନେବେ। ଆଶା ବାସ୍ତବତାରେ ପରିଣତ ହେବ। ଉଦ୍ୟମରେ ସଫଳତା ମିଳିବ। ନିର୍ବାଚନ ପ୍ରତିଦ୍ୱନ୍ଦିବାରେ ବିଜୟୀ ପାଇଁ ସ୍ୱତନ୍ତ୍ର ଭାବେ ପୂଜା କରିବେ। ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ।

ବୃଷ : ପ୍ରତ୍ୟକ ଉଦ୍ୟମରେ ସଫଳତା ମିଳିବ। ଭୂସମ୍ପତ୍ତି କ୍ରୟ କରିବେ। ମାଲିମକଦମାରେ ବିଜୟୀ ହେବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ଦେହ ମନ ସୁସ୍ଥ ରହିବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ।ଜୀବନର ସଫଳତା ଲାଗି ଦିନଟିଏ।

ମିଥୁନ: ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପ ଉକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କର୍କଟ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ସିଂହ : ବେପାର, ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ। ଶରୀର ଅସୁସ୍ଥ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।

କନ୍ୟା : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ତୁଳା : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ବିଛା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ଧନୁ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର :ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.