ରାଶିଫଳ

ଆଜିର ଭାଗ୍ୟ: ଜାଣନ୍ତୁ, ଆପଣଙ୍କ ରାଶିରେ କ’ଣ ଅଛି

ମେଷ :

ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ବୃଷ :

ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ :

ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

କର୍କଟ :

ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ସିଂହ :

ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କନ୍ୟା :

ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ତୁଳା :

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ବିଛା :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ।

ଧନୁ :

ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

ମକର :

ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କୁମ୍ଭ :

ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମୀନ :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

WCW 11

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

14 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

28 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

43 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

53 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago