ମେଷ :
ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ବୃଷ :
ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।
ମିଥୁନ :
ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।
କର୍କଟ :
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ସିଂହ :
ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।
କନ୍ୟା :
ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା :
ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ବିଛା :
ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
ଧନୁ :
ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମକର :
ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
କୁମ୍ଭ :
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।
ମୀନ :
ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।