ରାଶିଫଳ

ଦୈନିକ ଭାଗ୍ୟ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ବୃଷ : ବାକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଛାତ୍ରଛାତ୍ରୀ କୌଣସି ପ୍ରତିଯୋଗିତା ପାଇଁ ପୂରା ପ୍ରସ୍ତୁତି କରନ୍ତୁ ନିଶ୍ଚିତ ସଫଳତା ପାଇବେ । ବ୍ୟବସାୟ କାରବାରରେ ସତର୍କତା ଅବଲମ୍ୱନ କରନ୍ତୁ । କ୍ଷତି ହେବାର ସମ୍ଭାବନା ରହିଛି । ସୀମିତ ପରିମାଣର ଖର୍ଚ୍ଚ କରନ୍ତୁ ।

ମିଥୁନ : ଆଜି ଦିନ ସାରା ପ୍ରସନ୍ନ ରହିବେ। ପୁରୁଣା ଝଗଡ଼ାରୁ ମୁକ୍ତି ମିଳିବ। କରଜ ଦେଇଥିଲେ ଆଜି ହିଁ ଫେରି ପାଇବେ। ସ୍ୱାସ୍ଥ୍ୟ ଭଲ ରହିବା କାରଣରୁ ସବୁ କାମ ସହଜରେ ହୋଇଯିବ। ପ୍ରମୋସନ ମିଳିପାରେ।

କର୍କଟ : ନେଣଦେଣ କରୁଥିଲେ ସାବଧାନ ରୁହନ୍ତୁ। ନଚେତ ଲୋକ ଠକି ଦେଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଥିବା ସମସ୍ୟାର ଆଜି ସମାଧାନ ହୋଇଯିବ। ପରିଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଫିସରେ କେହି ମିଛ ଆରୋପ ଲଗାଇପାରେ।

ସିଂହ : ଭାଗ୍ୟ ଦୃଷ୍ଟିକୋଣରୁ ଦିନଟି ଖୁବ ଭଲ। ଭାଗ୍ୟ ସାଥ ଦେବା ଯୋଗୁ ଅଟକିଥିବା କାମ ହୋଇପାରିବ। ସବୁ କାମ ଆଜି ଶୀଘ୍ର ହେବ। ପ୍ରେମ ଜୀବନରେ କୌଣସି ସମସ୍ୟା ଥିଲେ ଆଜି ସମାଧାନ ହୋଇଯିବ।

କନ୍ୟା: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। ମିଥ୍ୟା ଅପବାଦରେ ଅପମାନିତ ହେବେ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

ତୁଳା : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ବିଛା : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।

ଧନୁ :  ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ମକର: କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।

କୁମ୍ଭ: ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଋଣ ପରିଶୋଧ କରିବେ। ନୂଆ ଯାନ କିଣିବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ମୀନ : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

Barsha

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

11 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

12 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

56 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

59 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago