ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଦିନ
ମେଷ: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
ବୃଷ : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ। କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।
ମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।
କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ।
ସିଂହ : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ।
କନ୍ୟା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା କମିଯାଇପାରେ।
ତୁଳା : ଦୁଃସାହାସିକ ପଦକ୍ଷେପ ନେବେ।ଖେଳକୁଦରେ ମନ ଦେବେ। ଆମଦାନୀ ଓ ରତ୍ପାନୀରେ ଲାଭ ଫଳ ମିଳିବ। ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ।
ବିଛା: ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହେବେ। ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।
ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।
ମକର : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।
କୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।
ମୀନ: ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ।