ମେଷ : ଭ୍ରାତୃ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । ଯେ କୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି । କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ନ ହୋଇପାରେ ।
ବୃଷ : ଆପଣଙ୍କ ଆଜିର ଭୁଲ୍ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ । ଦେବା ନେବାକୁ କେନ୍ଦ୍ରକରି ସମ୍ପର୍କୀୟଙ୍କ ସହ ବିବାଦ ବଢ଼ିପାରେ । ଶାରୀରିକ ଅସୁସ୍ଥତା ସାଙ୍ଗକୁ କଳହ ଲାଗିପାରେ ।
ମିଥୁନ : ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ଦୂରଯାତ୍ରା କରିବାକୁ ପଡିପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ମାଦକ ଦ୍ରବ୍ୟ ସେବନରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ ସମାଲୋଚନାର ଶରବ୍ୟ ହୋଇପାରନ୍ତି ।
କର୍କଟ : ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିବେ । ନାହିଁ ନାହିଁ କରୁଥିବା ଲୋକଟି ଶେଷରେ ଆପଣଙ୍କ କଥାରେ ହଁ ଭରିବ । ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି । ଅର୍ଥାଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ ।
ସିଂହ: ଯେତେ ଭଲ କରିବାକୁ ଚିନ୍ତା କଲେ ମଧ୍ୟ ନିଜ ଲୋକଙ୍କ ବିରୁଦ୍ଧାଚରଣର ସମ୍ମୁଖୀନ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ କୃତିତ୍ୱ ଯୋଗୁ ବିଜ୍ଞବ୍ୟକ୍ତିଙ୍କର ପ୍ରଶଂସାଭାଜନ ହେବେ । ଅସାବଧାନତା କାରଣରୁ ଧନହାନି ଘଟିପାରେ । ପାରଷ୍ପରିକ ସୁବୁଝାମଣା ହେତୁ ପରିବାରରେ ଅଶାନ୍ତି ଦୂର ହେବ ।
କନ୍ୟା : ନିଜସ୍ବ ବିଚାରଧାରା ଓ କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁଙ୍କ ମଧ୍ୟସ୍ଥତାରେ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ଅସ୍ଥିରତା ଦୂର ହେବ ।
ତୁଳା : ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ।
ବିଛା : ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି । ଶାରୀରିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଆଜି ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ ।
ଧନୁ : କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବାରୁ ମନଦୁଃଖ ହେବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବ । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନଚେତ ପରେ ବ୍ୟସ୍ତ ହେବାକୁ ପଡ଼ିପାରେ । ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ ।
ମକର : ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ବନ୍ଧୁଙ୍କ ସହ ଭ୍ରମଣ ସୁଖ ବେଶ୍ ଉପଭୋଗ୍ୟ ହୋଇପାରେ ଏବଂ ପାରିବାରିକ ସ୍ଥିତି ଭଲ ରହିବ । ବ୍ୟବସାୟ,ଆନୁଷ୍ଠାନିକ କାର୍ଯ୍ୟ,ସଭାସମିତି କାମରେ ଅଗ୍ରଣୀ ହେବେ ।
କୁମ୍ଭ : ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା ପ୍ରଭୃତି କ୍ଷେତ୍ରରେ ସଫଳତା ହାସଲ କରିବେ । ଅଟକିରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ ।
ମୀନ : ପାରିବାରିକ ସ୍ଥିତି ସୁଖ,ସନ୍ତୋଷରେ କଟିବ । ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ । ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନଚେତ ଠକାମିରେ ପଡିପାରନ୍ତି ।