Below header

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି କରିବେ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ଆମଦାନୀ ରତ୍ପାନୀ କ୍ଷେତ୍ରରେ ଅର୍ଥ ବିନିଯୋଗ କରିବେ।

ବୃଷ: ଦକ୍ଷତା ପ୍ରତିପାଦନ କରିବେ। କମ୍‌ ପରିଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ। ଆଜିର ଦିନ ଆର୍ଥିକ, ବୃତ୍ତିଗତ ଭାବେ ଭଲ ରହିବ। ଦେବ ଓ ମନ ସଂପୂର୍ଣ୍ଣ ଭାବେ ସୁସ୍ଥ ରହିବ। ନୂଆ ବ୍ୟବସାୟ କରିବେ।

ମିଥୁନ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜନପ୍ରିୟ ହେବ। ସକାରାତ୍ମକ ଚିନ୍ତାଧାରା ରହିବ। ନିଷ୍ଠା, ଚେଷ୍ଟା ପ୍ରଚେଷ୍ଟା ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ମିଳିବ।

କର୍କଟ: ଏକାଧିକ ଉପାୟରେ ଅର୍ଥ ଉପାର୍ଜନକରିବେ। କ୍ଷଣକୋପୀ ରହିବେ। ମାନ ସମ୍ମାନ ମିଳିବ। ଆର୍ଥିକ କ୍ଷତିରୁ ମୁକୁଳିବେ। ପୁନଃନିଯୁକ୍ତି ମିଳିବ। ଦରମା ଭଲ ପାଇବେ। ମନ ସୁସ୍ଥ ରହିବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ।

ସିଂହ: ଦୁଃସାହାସିକ ପଦକ୍ଷେପ ନେବେ।ଖେଳକୁଦରେ ମନ ଦେବେ। ଆମଦାନୀ ଓ ରତ୍ପାନୀରେ ଲାଭ ଫଳ ମିଳିବ। ପ୍ରତିଦ୍ୱନ୍ଦୀତା କ୍ଷେତ୍ରରେ ବିଜୟ ହେବେ। ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ।

କନ୍ୟା: ଜୟ ପରାଜୟ ରହିବ। ମାଙ୍ଗଳିକ କାର୍ଯ୍ୟ କରିବେ।ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ତୁଳା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ବିଛା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ଧନୁ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ମକର : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

କୁମ୍ଭ : ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ମୀନ : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.