ରାଶିଫଳ

ଆଜି କେମିତି କଟିବ ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳରୁ

ମେଷ: ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ବୃଷ: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ: ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କର୍କଟ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ସିଂହ : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

କନ୍ୟା : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ତୁଳା : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବିଛା : ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

ଧନୁ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ମକର : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମୀନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

WCW 11

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

7 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

20 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

29 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

32 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago