ରାଶିଫଳ

ଦୈନିକ ରାଶିଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ବୃଷ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ସନ୍ତାନଠୁ ଖୁସି ପାଇବେ। ପୁରୁଣା ଶତ୍ରୁ, ପୁରୁଣା ବିବାଦ ଏବଂ ପୁରୁଣା କଥା ସାମ୍ନାକୁ ଆସିପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ : ମିଥୁନ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନ ଶୁଭ ସାବ୍ୟସ୍ତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ରୁଚି ରଖୁଥିବା ବ୍ୟକ୍ତିଙ୍କର ମନ ଶାନ୍ତ ଓ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଆପଣଙ୍କୁ ଆର୍ଥିକ ଉନ୍ନତି ମିଳିବ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ।

ସିଂହ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ତୁଳା : ତୁଳନାତ୍ମକ ନିଷ୍ପତ୍ତି ନେବେ। ଖେଳକୁଦରେ ମୁଖ୍ୟ ଭାବେ ଅଂଶ ଗ୍ରହଣ କରିବେ। ରୋଗମୁକ୍ତ ହେବେ। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା କାରଣରୁ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ଧନୁ : ଆଶା ବାସ୍ତବତାରେ ପରିଣତ ହେବ। ଆପଣଙ୍କର ଆନ୍ତରିକତା ପରିବାରକୁ ଏକଜୁଟ କରିବ। ପ୍ରଶଂସାର ପାତ୍ର ହେବେ। ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ମକର : ପ୍ରଭୁଙ୍କ ଆଶୀର୍ବାଦରୁ ସବୁକିଛି ଭଲ ରହିବ। ବହୁ ଦିନର ଆଶା ପୂରଣ ହେବ। ନୂଆ ଯୋଜନା କାର୍ଯ୍ୟକାରୀ କରିବେ। ଦେହ ମନ ସୁସ୍ଥ ରହିବ। ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି।

କୁମ୍ଭ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମୀନ : ଶାରୀରିକ ସୁସ୍ଥତା ଅନୁଭବ କରିବେ। ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। କମ୍‌ ପରିଶ୍ରମ କରିବେ । ଆର୍ଥିକ ଉପାର୍ଜନକ୍ଷମ ହେବେ। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ।

WCW 11

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

3 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

18 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

30 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

31 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago