ରାଶିଫଳ

ଆଜିର ଭାଗ୍ୟ ! ଏସବୁ ରାଶିର ବ୍ୟକ୍ତିଙ୍କର ଆଜି ରହିଛି ଶୁଭ ଯୋଗ

ମେଷ :

ଜୀବନର ସଫଳତା ଲାଗି ଦିନଟିଏ। ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ସନ୍ତାନଠୁ ଖୁସି ପାଇବେ। ପୁରୁଣା ଶତ୍ରୁ, ପୁରୁଣା ବିବାଦ ଏବଂ ପୁରୁଣା କଥା ସାମ୍ନାକୁ ଆସିପାରେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

ବୃଷ :

କାମ ଅଧୁରା ରହିପାରେ। ଜମିଜମା ବିବାଦରେ ଫସି ପାରନ୍ତି। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

ମିଥୁନ :

ସୂର୍ଯ୍ୟାସ୍ତ ପରେ ଜୀବନସାଥୀଙ୍କ ସହ ଝଗଡା ହୋଇପାରେ। ବ୍ୟବସାୟରେ ଲାଭବାନ୍ ହେବେ। ଜୀବନସାଥୀ ଖୁସିର କାରଣ ହେବେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ସବୁଜ।

କର୍କଟ :

ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି। ଖର୍ଚ୍ଚ କରିସାରିବା ପରେ ଅନୁତାପ କରିପାରନ୍ତି। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଶୁଭ ସଂଖ୍ୟା ୫ ଏବଂ ଶୁଭ ରଙ୍ଗ ହଳଦିଆ।

ସିଂହ :

ପୂଜାପାଠରେ ଅଧିକ ସମୟ ଦେବେ। ଧନପ୍ରାପ୍ତି ହେବ। ଦୀର୍ଘ ଦିନ ଧରି ଅଟକିଥିବା କାମରେ ଆଜି ସଫଳତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ରହିଛି। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

କନ୍ୟା :

ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। କଡା କଥା କାହାକୁ କୁହନ୍ତୁ ନାହିଁ। ସାବଧାନତାର ସହ ରାସ୍ତା ପାର ହୁଅନ୍ତୁ। ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

ତୁଳା :

ଅର୍ଥାଗମ ହୋଇପାରେ। କର୍ମକ୍ଷେତ୍ରରେ ସଫଳତା ପାଇପାରନ୍ତି। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଧଳା।

ବିଛା :

ଯଦି କର୍ମକ୍ଷେତ୍ରରେ କାହାକୁ ଠକିଥିବେ ଆଜି ଧରାପଡିଯିବ। ଜମିଜମା ଏବଂ ଗାଡିକୁ ନେଇ କିଛି କଷ୍ଟ ପାଇପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

ଧନୁ :

ପରିବାରର କେହି ଆଜି ବାହାରକୁ ଯାଇପାରନ୍ତି। ଚିନ୍ତା ଗ୍ରସ୍ତ ରହିବେ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

ମକର :

ଦୂର ଯାତ୍ରା କରୁଥିଲେ ସତର୍କ ରୁହନ୍ତୁ। ଶାରୀରିକ ଏବଂ ମାନସିକ କଷ୍ଟ ପାଇପାରନ୍ତି। ଗୁପ୍ତ ଧନ ପାଇପାରନ୍ତି। ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ଧଳା।

କୁମ୍ଭ :

ପାଦରେ ଆଘାତ ଲାଗିପାରେ। ଅଧିକ ବେଗରେ ଗାଡି ଚଳାନ୍ତୁ ନାହିଁ। ପରିବାରରେ ଭଲରେ ସମୟ କଟିବ। ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ।ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଗୋଲାପୀ।

ମୀନ :

ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ଦୂର ଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ବାଇଗଣୀ।

WCW 11

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

7 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

19 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

20 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago