Below header

ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ବୃଷ : ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ମିଳିବ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ମିଥୁନ : ବନ୍ଧୁ ଓ ପ୍ରିୟଜନଙ୍କ ସହାୟତା ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ ହେବ।

କର୍କଟ : ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ହାସଲ ରେ ସମର୍ଥ ହେବେ।କଳା,ସାହିତ୍ୟ, କ୍ରୀଡା କ୍ଷେତ୍ରରେ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃବଢିପାରେ।

ସିଂହ : ଅନ୍ୟକୁ ସାହାର୍ଯ୍ୟ କରିବାକୁ ଯାଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଚାପରବଶବର୍ତ୍ତି ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟରେ ସ୍ଥିତି ମାନ୍ଦା ହେବ ନାହିଁ। ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ।

କନ୍ୟା : ଆଜି ସକାଳୁ ସକାଳୁ ବନ୍ଧୁଙ୍କ ସାକ୍ଷତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି । ସନ୍ତାନ ହେତୁକ ଚିନ୍ତା ଦୂର ହେବ । କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ ।

ତୁଳା : ଯେତେ ଭଲ କାମକଲେ ସୁଧା ଭୁଲ୍ ବୁଝାମଣାର ଶିକାର ହେବେ । ନୂତନ ନିଯୁକ୍ତିର ସୂଚନା ବନ୍ଧୁଙ୍କ ନିକଟରୁ ପାଇବାର ଆଶା ରହିଛି । ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ ।

ବିଛା : କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତକରିପାରେ । ପିଲାଙ୍କ ଅଭିଯୋଗକୁ ଅଣଦେଖା, ଅଶୁଣା କରିବା ଦ୍ୱାରା ଓଲଟା ଫଳପାଇବେ । କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ।

ଧନୁ : ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।

ମକର : ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

କୁମ୍ଭ : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ଅଫିସରେ ନୂଆ କାମ ମିଳିପାରେ।

ମୀନ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.