ଆଜିର ରାଶିଫଳ, ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ

ମେଷ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ବୃଷ: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

ମିଥୁନ: ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କର୍କଟ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

ସି˚ହ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ।

କନ୍ୟା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ତୁଳା : ନିଜ ଉପରେ ବିଶ୍ୱାସ ରଖନ୍ତୁ । ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ବିଛା : ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ।

ଧନୁ: ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ମକର: ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କୁମ୍ଭ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ।

ମୀନ :ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

Leave A Reply

Your email address will not be published.