ରାଶିଫଳ

ଦୈନିକ ଭାଗ୍ୟ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ: ବାସ୍ତବତା, ପାରିବାରିକ, ରାଜନୈତିକ,ମାଙ୍ଗଳିକ, ଦୈନିକ ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଶୁଭପ୍ରଦ ହେବ। ଦେହ ଓ ମନ ସୁସ୍ଥ ରହିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।ପାରିବାରିକ ଜୀବନ ସୁଖମୟ ହେବ।

ବୃଷ: ଗ୍ରହମାନଙ୍କର ସ୍ଥିତି, ଅବସ୍ଥିତି ଯୋଗୁ କମ୍‌ ପରିଶ୍ରମ କରିବେ। କିନ୍ତୁ ଅଧିକ ଲାଭ ପାଇବେ। ଆଶା ବାସ୍ତବିକତାର ରୂପ ନେବ। ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ କରିବେ। ନୂଆ କାମ କରିବାକୁ ଚାହୁଁଥିଲେ ସଫଳ ହେବେ। କମ୍‌ ସମୟ ମଧ୍ୟରେ ଶୀର୍ଷରେ ପହଞ୍ଚିବେ।

ମିଥୁନ: ମିଥୁନ ରାଶିର ବ୍ୟକ୍ତିଙ୍କ ପାଇଁ ବର୍ତ୍ତମାନର ସମୟ ଅତ୍ୟନ୍ତ ଶୁଭ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ।

କର୍କଟ: କର୍କଶ ସ୍ୱଭାବଯୁକ୍ତ ହେଲେ ମଧ୍ୟ ନିଜ କାର୍ଯ୍ୟ ହାସଲ ପାଇଁ ସମସ୍ତଙ୍କ ସହ ଖାପ ଖୁଆଇ କାମ କରିବେ। ଆଶା ବାସ୍ତବିକତାର ରୂପ ନେବ। ଜମିବାଡ଼ି କିଣିବେ। ଯାନବାହାନ ପରିବର୍ତ୍ତନ କରିପାରନ୍ତି।

ସିଂହ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱତା କ୍ଷେତ୍ରରେ ବିଜୟୀ ହେବେ। ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

କନ୍ୟା: ଉଦ୍ୟମରେ ସଫଳତା ମିଳିବ। ଆଶା ବାସ୍ତବରେ ପରିଣତ ହେବ। ସମସ୍ତଙ୍କର ସହଯୋଗ ମିଳିବ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। କୌଣସି କାମରେ ଭାଇଭଉଣୀଙ୍କର ସହଯୋଗ ପାଇବେ। ନୂଆ ଚାକିରି ମିଳିବାର ଯୋଗ ରହିଛି।

ତୁଳା: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା: ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି। ଯୋଗ୍ୟତା ଥିବା ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ନିଯୁକ୍ତି ମିଳିବ। ସମସ୍ତ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦେହ ଓ ମନ ସୁସ୍ଥ ରହିବ।

ଧନୁ: କ୍ଷଣକୋପୀ ରହିବେ। ମାନ ସମ୍ମାନ ମିଳିବ। ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ। ପ୍ରେମରେ ସଫଳତା ମିଳିବ।

ମକର: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କୁମ୍ଭ: ବେପାରୀଙ୍କ ଲାଗି ଦିନଟି ଭଲ। ଆର୍ଥିକ କ୍ଷତିରୁ ମୁକୁଳିବେ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମିଳିବ। ନୂଆ ଉତ୍ସରୁ ଧନଲାଭ ହେବ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

WCW 11

Recent Posts

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

18 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

30 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

41 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago