ଆଜିର ରାଶିଫଳ, ଜାଣନ୍ତୁ ଭାଗ୍ୟରେ କ’ଣ ଅଛି !

ମେଷ :

ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ବୃଷ :

ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ଖାସ୍ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ମିଥୁନ :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ।

କର୍କଟ :

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ସିଂହ :

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କନ୍ୟା :

ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି ।

ତୁଳା :

ଜନପ୍ରିୟତା ହ୍ରାସ ହେବ। ଆଶା ଆଶଙ୍କାରେ ପରିଣତ ହେବ। ହାତେ ମାପି ଚାଖଣ୍ଡେ ଚାଲନ୍ତୁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ହେବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା :

ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ଧନୁ :

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମକର :

ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

କୁମ୍ଭ :

ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମୀନ :

ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.