ଗଣେଶ ପୂଜାରେ କ’ଣ ରହିଛି ଆପଣଙ୍କ ଭାଗ୍ୟ, ପଢନ୍ତୁ

ମେଷ : ମେଷ ରାଶିର ବ୍ୟକ୍ତିମାନଙ୍କ ପାଇଁ ଆଜିର ଦିନଟି ଖୁବ୍‌ ବଢ଼ିଆ ରହିବ। ଏମାନଙ୍କୁ ନିଜ ମନ ପସନ୍ଦର ଚାକିରି ମିଳିବ। ଏମାନଙ୍କୁୁ ଉଭୟ ପଦ ଓ ପଇସା ମିଳିବ। ବେପାରରେ ଲାଭ ମିଳିବ। ବିଜନେସ୍‌ ଆଗକୁ ବଢ଼ିବ। କ୍ୟାରିୟର ମାମଲାରେ ଆଜିର ଦିନ ବେଶ୍‌ ଭଲ ସାବ୍ୟସ୍ତ ହେବ।

ବୃଷ :  ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମିଥୁନ: ସ୍ଥିର ମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ, ସଫଳତା ପାଇବେ। କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ। ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

କର୍କଟ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ସିଂହ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

କନ୍ୟା : ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ବିଛା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ଧନୁ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.