କେମିତି କଟିବ ଦିନ, ଜାଣନ୍ତୁ କ’ଣ କହୁଛି ରାଶି

ମେଷ: ଉଦ୍ୟମରେ ସଫଳତା ମିଳିବ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ଗ୍ରହମାନଙ୍କ ସ୍ଥିତି ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ନୂଆ କାର୍ଯ୍ୟ କରିବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ବୃଷ: ଆଶା ବାସ୍ତବତାରେ ପରିଣତ ହେବ। ଉଦ୍ୟମରେ ସଫଳତା ମିଳିବ। ନିର୍ବାଚନ ପ୍ରତିଦ୍ୱନ୍ଦିବାରେ ବିଜୟୀ ପାଇଁ ସ୍ୱତନ୍ତ୍ର ଭାବେ ପୂଜା କରିବେ। ବେକାରଙ୍କୁ ନିଯୁକ୍ତି ମିଳିବ। ଯାନବାହନ କ୍ଷେତ୍ରରେ ଉନ୍ନତି କରିବେ। ପରିବାରକୁ ନେଇ ଦୂର ଯାତ୍ରା କରିବେ। ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ: ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।

କର୍କଟ: କ୍ଷଣକୋପୀ ହେବେ। ଚାକିରିରେ ପଦୋନ୍ନତି ମିଳିବ। ମାଙ୍ଗଳିକ କାର୍ଯ୍ୟ କରିବେ। ମନ ପସନ୍ଦ ଜାଗାରେ ଚାକିରି ମିଳିବ। ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ସିଂହ: ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ।ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କନ୍ୟା: ପୂର୍ବରୁ ନଷ୍ଟ ହେଇଥିବା ମାନ ସମ୍ମାନ ମିଳିବ। ନିଷ୍ଠା ଓ ପ୍ରଚେଷ୍ଟା ଯୋଗୁଁ ମର୍ଯ୍ୟାଦା ଲାଭ କରିବେ। ବହୁ ଦିନର ଆଶା ପୂରଣ ହେବ। ନୂଆ ଯୋଜନା କାର୍ଯ୍ୟକାରୀ କରିବେ। ଦେହ ମନ ସୁସ୍ଥ ରହିବ।

ତୁଳା: ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶାଠାରୁ ଅଧିକ ଫଳ ମିଳିବ। ଆର୍ଥିକ ସାହାଯ୍ୟ ମିଳିବ। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ବିଛା: ଆଜିର ଦିନ ଅଶୁଭ ରହିଛି। ଆପଣଙ୍କ ବିରୋଧରେ ନିଜ ଲୋକ ମନ୍ଦ ବିଚାର କରିବେ। ଗୁପ୍ତ ଶତ୍ରୁଙ୍କ ଷଡଯନ୍ତ୍ରର ଶିକାର ହେବେ। ସ୍ୱଭାବ ଦ୍ୱାରା ଅନେକ ଆକର୍ଷିତ କରିବେ। ସତର୍କତା ଅବଲମ୍ବନ କରିବେ। ଶତ୍ରୁ ଦମନ କରିବେ।

ଧନୁ: ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୁପ୍ତ ବୈଠକ କରିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

ମକର: ନିଜ କାର୍ଯ୍ୟ ହାସଲ କରିବା ପାଇଁ କିଛି ବି କରିପାରିବେ। ଜନପ୍ରିୟହେବେ। ଦେହ ମନ ସୁସ୍ଥ ରହିବ। ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

କୁମ୍ଭ: ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଆଶା ବାସ୍ତବତାରେ ପୂରଣ ହେବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବେ। ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ମୀନ: ଆଶା ବାସ୍ତବତାରେ ପରିଣତ ହେବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଆପଣଙ୍କର ଆନ୍ତରିକତା ପରିବାରକୁ ଏକଜୁଟ କରିବ। ପ୍ରଶଂସାର ପାତ୍ର ହେବେ। ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.