ରାଶିଫଳ

କଣ ରହିବ ଆଜିର ଦିନ ! କେଉଁ ରାଶିର ଲୋକଙ୍କ ପାଇଁ ଶୁଭ- ଅଶୁଭ ଜାଣନ୍ତୁ

ମେଷ : ନୂତନ ଯୋଜନା ପ୍ରସ୍ତୁତ କରି କର୍ମ କ୍ଷେତ୍ରରେ ଆଗେଇବେ । ଧର୍ମ କାର୍ଯ୍ୟରେ ମନ ନିବେଶ କରିବେ । ପାରିବାରିକ ଶୃଙ୍ଖଳା ବଜାୟ ରହିବ । ଅତିଥିଙ୍କ ଆଗମନ ହେବ ।

ବୃଷ : ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂଗଠିତ ହୋଇପାରେ । ଆର୍ଥୀକ ସ୍ଥିତି ଉତ୍ଥାମପତ୍ତନ ଦେଇ ଗତି କରିବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେଲେ ମଧ୍ୟ ସମାଧାନ ହେବ । ବୁଝି ବିଚାରି ବ୍ୟୟ କରନ୍ତୁ ।

ମିଥୁନ : ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଚିନ୍ତା କରୁଥିବା କାର୍ଯ୍ୟରେ ସଫଳ ହେବେ । ବନ୍ଧୁବର୍ଗଙ୍କ ସହଯୋଗ ପ୍ରାପ୍ତି ହେବ । ଏକ ଅଜଣା ବ୍ୟକ୍ତିଙ୍କୁ ସାହାଯ୍ୟ କରିବେ । କପଟି ବ୍ୟକ୍ତିଙ୍କ ଠାରୁ ଦୂରତା ରକ୍ଷା କରନ୍ତୁ ।

କର୍କଟ : ଅଜଥା ଭ୍ରମଣରେ କ୍ଳାନ୍ତ ଅନୁଭବ କରିବେ । ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଅବସ୍ତାକୁ ନେଇ ଚିନ୍ତା ବୃଦ୍ଧି ପାଇବ । ଭୁଲ ବୁଝାବଣା କାରଣରୁ ବନ୍ଧୁ ବିଦ୍ୱେଶ ଦେଖା ଦେଇପାରେ ।

ସିଂହ : ରାଜନୀତିରେ ଅଧିକ ସମୟ ଚିନ୍ତିତ ରହିବେ। କୌଣସି ବି ପ୍ରକାର ବାଦ ବିବାଦ ଠାରୁ ଦୂରେଇ ରହନ୍ତୁ। ଜରୁରୀ କାମରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ଯାତ୍ରା କରିବା ସମୟରେ ଗାଡି ସାବଧାନତାର ସହ ଚଳାନ୍ତୁ।

କନ୍ୟା : ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ। କୌଣସି ବିଶେଷ କାର୍ଯ୍ୟ ବନ୍ଧୁଙ୍କ ଦ୍ବାରା ଲାଭ ପାଇବେ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ।

ତୁଳା : ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କ୍ୟାରିୟର ଗଢ଼ିବା ପାଇଁ ଭଲ ଅବସର ମିଳିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଘରକୁ ଅତିଥି ଆସିବା ହେତୁ ପରିବାରରେ ଖୁସିର ବାତାବରଣ ରହିବ।

ବିଛା : ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। କୌଣସି ବଡ଼ କ˚ପାନିରେ ଚାକିରିର ସୁଯୋଗ ଆସିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ।

ଧନୁ : ଦିନଟି ଆପଣଙ୍କ ପାଇଁ ଅନୁକୂଳ। ସ୍ଥିତି ଆପଣଙ୍କ ପକ୍ଷରେ ହେବ। ସମାଜ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଆମଦାନିର ନୂଆ ସ୍ରୋତ ମିଳିପାରେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ପ୍ରାପ୍ତ ହେବ।

ମକର : ସମୟ ଆପଣଙ୍କ ଲାଗି ଭଲ ରହିବ। ଭାବିଥିବା ସବୁ କାମ ସହଜରେ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ।

କୁମ୍ଭ : ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ଶାରୀରିକ ଫୂର୍ତ୍ତିର ଅଭାବ ରହିବ। ମାନସିକ ବ୍ୟଗ୍ରତା ମଧ୍ୟ ରହିବ। ଧନ ଏବଂ କୀର୍ତ୍ତିର ହାନି ହେବ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ରହିବ।

ମୀନ : ଗୃହସ୍ଥ ଜୀବନରେ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ଆୟ ବୃଦ୍ଧିର ଯୋଗ ଅଛି। ଅଫିସ୍, ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ। ପ୍ରମୋସନ ମିଳିବାର ସମ୍ଭାବନା ଅଛି। ପାରିବାରିକ ସଦସ୍ୟମାନଙ୍କ ସହିତ ଖୁସିରେ ରହିବେ।

Barsha

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

3 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

6 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

13 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

38 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

48 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago