Below header

ଆଜି କେମିତି କଟିବ ପୂରା ଦିନ, କାହା ପ୍ରତି ସତର୍କ ରହିବେ ସବୁ ଜାଣନ୍ତୁ ରାଶିଫଳରୁ

ମେଷ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବୃଷ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମିଥୁନ ; ନୂଆ କାର୍ଯ୍ୟ ଆଜି ପ୍ରାରମ୍ଭ କରନ୍ତୁ ନାହିଁ। ବୌଦ୍ଧିକ ଚର୍ଚ୍ଚା ପାଇଁ ଆଜିର ଦିନ ଶୁଭ ନୁହେଁ। ମଧ୍ୟାହ୍ନ ପରେ ଘରର ବାତାବରଣ ସୁଖ-ଶାନ୍ତି ପୂର୍ବକ ରହିବ। ସେଥିପାଇଁ ମାନସିକ ରୂପରେ ଆଜି ପ୍ରଫୁଲ୍ଲିତ ଅନୁଭବ କରିବେ।

କର୍କଟ: ଦୀର୍ଘ ଦିନର ଆଶା ପୂରଣ ହେବ। ସମାଜରେ ମାନସମ୍ମାନର ଅଧିକାରୀ ହେବେ। ଜୀବନସାଥୀଙ୍କ ସହ ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ଅନ୍ୟକୁ ସାହାଯ୍ୟ କରି ସନ୍ତୋଷ ପାଇବେ। ବିଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାରଠାରୁ ସାହାଯ୍ୟ ଆଶା କରିବେ। ଆର୍ଥିକ ଉନ୍ନତି ପାଇଁ ଚେଷ୍ଟିତ ରହିବେ।

ସିଂହ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ତୁଳା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବିଛା : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ଧନୁ : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ମକର : ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।

କୁମ୍ଭ : ଆଜିର ଦିନ ସୁଖମୟ ଭାବେ କଟିବ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ। କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ।

ମୀନ : ଶାରୀରିକ, ମାନସିକ ଏବଂ ଆର୍ଥିକ ପ୍ରତ୍ୟେକ ଦୃଷ୍ଟିରେ ଆଜିର ଦିନ ଆପଣଙ୍କପାଇଁ ଭଲ ପ୍ରମାଣିତ ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଖର୍ଚ୍ଚ ହେବ। ମହତ୍ତ୍ଵପୂର୍ଣ୍ଣ କାଗଜପତ୍ର କିମ୍ବା କୋର୍ଟ- କଚେରୀ ମାମଲାରେ ସାବଧାନ ରହିବାର ଆବଶ୍ୟକତା ଅଛି। ଅର୍ଥ ଦେବା-ନେବା ପାଇଁ ଅନୁକୂଳ ସମୟ ନୁହେଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.