ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

ମେଷ : ଅସମ୍ପୂର୍ଣ୍ଣ କାମକୁ ଆଜି ପୁରା କରିପାରିବାରେ ସଫଳ ହେବେ । ପ୍ରତିଯୋଗିତା, କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତରେ ସଫଳତା ହାସଲ କରିବେ । ଆତ୍ମୀୟମାନଙ୍କ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଅସ୍ଥିରତା ପ୍ରକାଶ ନ କରି ଧୈର୍ଯ୍ୟର ସହ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ ।

ବୃଷ : ସମୟାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ । ଈର୍ଷାପରାୟଣତା ମନୋଭାବ ହେତୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହୋଇପାରେ । ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟର ଆଶଙ୍କା ରହିଛି । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି ।

ମିଥୁନ : ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ । ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଅର୍ଥ ସଂକଟ, ମାଲିମକଦ୍ଦମା, ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରେସ୍‌, ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ : ସତର୍କତା କିମ୍ବା ଅନ୍ୟମନସ୍କତା କାରଣରୁ ଧନ ହାନି ଘଟି ପାରେ । ନିକଟତମ ବନ୍ଧୁଙ୍କ ପାଇଁ ଦୁଃଖରେ ରହିପରାନ୍ତି । ଅଫିସିଆଲି କାମ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାର ସୂଚନା ରହିଛି । ବହୁତ ଦିନରୁ ଅଟକି ରହିଯାଇଥିବା କାମ ହାସଲ କରିବାରେ ସମର୍ଥ ହେବେ ।

ସିଂହ : ପ୍ରତ୍ୟେକ ପରିସ୍ଥିତିରେ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ । ପରିବାରରେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତି ରହିପାରେ । ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି ।

କନ୍ୟା : ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅନ୍ୟମାନଙ୍କ ପ୍ରରୋଚନାରେ ପଡି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବିଭିନ୍ନ କ୍ଷେତ୍ରରୁ ନିଜଲୋକମାନଙ୍କ ବିରୋଧରେ ଅଭିଯୋଗ ଆସିପାରେ । ଭାବୁଥିବା ବିଷୟଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ ।

ତୁଳା : ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । ପରିବାରର ଆବଶ୍ୟକତାନୁଯାୟୀ ଗୃହୋପକରଣ କ୍ରୟ କରିପାରନ୍ତି । ଆକସ୍ମିକ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।

ବିଛା : ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ । କଠିନଶ୍ରମ ଓ ବିଶ୍ରାମର ଅଭାବ ଜନିତ ପୁରାତନ ରୋଗର ପୀଡ଼ା ବୃଦ୍ଧି ଘଟିପାରେ । ଆଖିରେ ନଦେଖି କେବଳ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ ।

ଧନୁ : ପାରିବାରିକ ସମସ୍ୟା ସମାଧାନରେ ଅତିପ୍ରିୟ ବନ୍ଧୁଙ୍କ ପରାମର୍ଶରୁ ମାନସିକ ସାନ୍ତନା ମିଳିବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ ଦୁଃଖ ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ସଭାସମିତିରେ ଆଜିର ଆଲୋଚନା ଫଳପ୍ରଦ ହେବାର କ୍ଷୀଣ ଆଶା ରହିଛି ।

ମକର : କର୍ମକ୍ଷେତ୍ର ନୂତନ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ । ନିଜ ପରିସରରେ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି । ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ । ବାଣିଜ୍ୟ, ବ୍ୟବସାୟ, ପରିବହନ, ଜମିଜମା କାରବାର, କଳକାରଖାନା କାମରେ ଲାଭବାନ୍‌ ହେବେ ।

କୁମ୍ଭ : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବା ସହ ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ତଥା କଳା, କ୍ରୀଡ଼ା ଓ ସାହିତ୍ୟ, ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି । ନିର୍ମାଣ, ବାଣିଜ୍ୟ, ସାମ୍ବାଦିକତା,ଏଜେନ୍ସିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତିର ଆଶାରହିଛି ।

ମୀନ : ଆଜି ବନ୍ଧୁଙ୍କ ପ୍ରେରଣା ଲାଭକରି ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି । ବିବାଦୀୟ ପରିବେଶରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଦୁଶ୍ଚିନ୍ତାର କାରଣ ହେବ । ଆର୍ଥିକ ଅଭିବୃଦ୍ଧିଜନିତ କୌଣସି ନୂତନ ଯୋଜନାରମ୍ଭ ସକାଶେ ମନ ବଳାଇପାରନ୍ତି ।