Below header

କେମିତି କଟିବ ଦିନ, ଜାଣନ୍ତୁ କ’ଣ କହୁଛି ରାଶି

ମେଷ: ଗ୍ରହମାନଙ୍କ ସ୍ଥିତି ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ନୂଆ କାର୍ଯ୍ୟ କରିବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ବୃଷ: ମାଙ୍ଗଳିକ କାର୍ଯ୍ୟ ହେବ। ବେକାରଙ୍କୁ ନିଯୁକ୍ତି ମିଳିବ। ଯାନବାହନ କ୍ଷେତ୍ରରେ ଉନ୍ନତି କରିବେ। ପରିବାରକୁ ନେଇ ଦୂର ଯାତ୍ରା କରିବେ। ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ: ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଭବିଷ୍ୟ କାର୍ଯ୍ୟ ସ୍ଥୀରକୃତ କରିବେ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।

କର୍କଟ: କ୍ଷଣକୋପୀ ହେବେ। ଯୋଗ୍ୟତା ଅନୁଯାୟୀ ଦକ୍ଷତା ପ୍ରତିପାଦନ କରିବେ। ମନ ପସନ୍ଦ ଜାଗାରେ ଚାକିରି ମିଳିବ। ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ସିଂହ: ଆଶା ବାସ୍ତବତାରେ ପରିଣତ ହେବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ।ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କନ୍ୟା: ପ୍ରଭୁଙ୍କ ଆଶୀର୍ବାଦରୁ ସବୁକିଛି ଭଲ ରହିବ। ବହୁ ଦିନର ଆଶା ପୂରଣ ହେବ। ନୂଆ ଯୋଜନା କାର୍ଯ୍ୟକାରୀ କରିବେ। ଦେହ ମନ ସୁସ୍ଥ ରହିବ। ବେପାରରେ ମନପ୍ରାଣ ଢ଼ାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି।

ତୁଳା: ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶାଠାରୁ ଅଧିକ ଫଳ ମିଳିବ। ଆର୍ଥିକ ସାହାଯ୍ୟ ମିଳିବ। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ବିଛା: ଆଜିର ଦିନ ଅଶୁଭ ରହିଛି। ଆପଣଙ୍କ ବିରୋଧରେ ନିଜ ଲୋକ ମନ୍ଦ ବିଚାର କରିବେ।
ଧନୁ: ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୁପ୍ତ ବୈଠକ କରିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

ମକର: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

କୁମ୍ଭ: ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ମୀନ: ଆଶା ବାସ୍ତବତାରେ ପରିଣତ ହେବ। ଆପଣଙ୍କର ଆନ୍ତରିକତା ପରିବାରକୁ ଏକଜୁଟ କରିବ। ପ୍ରଶଂସାର ପାତ୍ର ହେବେ। ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.