ରାଶିଫଳ

ଏ ସପ୍ତାହର ଭାଗ୍ୟଫଳ !

ମେଷ :

ଚଳିତ ସପ୍ତାହରେ ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ବୃଷ :

ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ସପ୍ତାହଟି ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ :

ଏହି ସପ୍ତାହରେ ଲୋକମାନେ ସମସ୍ୟାରୁ ମୁକୁଳିବାକୁ ଆପଣଙ୍କ ଠାରୁ ଉପଦେଶ ନେଇପାରନ୍ତି। ଧାର୍ମିକ ଓ ଆଧ୍ୟାତ୍ମିକ କାମରେ ମନ ନିବେଶ କରିବେ। ଭାଇ ଭଉଣୀ, ବନ୍ଧୁ ବାନ୍ଧବଙ୍କ ସହ ବିଚାରରେ ତାଳମେଳ ରହିବ ନାହିଁ। ସହକର୍ମୀଙ୍କ ସହ ବିବାଦ ଦେଖା ଦେବ।

କର୍କଟ :

ଚଳିତ ସପ୍ତାହଟି ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ସିଂହ :

ଚଳିତ ସପ୍ତାହରେ ସମାଜର ଉନ୍ନତି କ୍ଷେତ୍ରରେ କାମ କରିବେ। ଅଫିସରେ ସହକର୍ମୀ, ନିକଟ ସମ୍ପର୍କୀୟ ଓ ସାଙ୍ଗଙ୍କ ମଧ୍ୟରେ ସମ୍ମାନ ବଢ଼ିବ। ପ୍ରେମ ସମ୍ପର୍କରେ ଦୂରତା ଆସିପାରେ। ଆତ୍ମ ବିଶ୍ୱାସ କମିବ।

କନ୍ୟା :

ଚଳିତ ସପ୍ତାହରେ ଶରୀର ସୁସ୍ଥ ରହିବ। ଭୂମି, ବାହନ ସୁଖ ପ୍ରାପ୍ତ ହେବ। କାର୍ଯ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଖର୍ଚ୍ଚ ବଢ଼ିବ। ଖାସ୍ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

ତୁଳା :

ଏହି ସପ୍ତାହରେ ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ବିଛା :

ଚଳିତ ସପ୍ତାହରେ କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

ଧନୁ :

ଏ ସପ୍ତାହରେ ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ମକର :

ଚଳିତ ସପ୍ତାହରେ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ :

ଏହି ସପ୍ତାହରେ ବ୍ୟକ୍ତିତ୍ୱରେ ଉନ୍ନତି ପରିଲକ୍ଷିତ ହେବ। ଦେଶ ବିଦେଶ ଓ ଘରେ ଖ୍ୟାତି ବଢ଼ିବ। ସମ୍ମାନିତ ହୋଇପାରନ୍ତି। ପରିବାର ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ବହୁତ ଭଲ ପାଇବା ମିଳିବ।

ମୀନ :

ଚଳିତ ସପ୍ତାହରେ ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

WCW 11

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

17 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

27 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

38 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago