ଏ ସପ୍ତାହର ରାଶିଫଳ!

ପାଦ ଥାପିସାରିଲାଣି ନୂଆବର୍ଷ। ୨୦୨୨କୁ ନେଇ ସମସ୍ତଙ୍କ ମନରେ ଅନେକ ଆଶା ଓ ଆକାଂକ୍ଷା ରହିଛି। ଏହି ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଆଣିବ ବୋଲି ଲୋକେ ଆଶା ବାନ୍ଧି ବସିଛନ୍ତି। ତେବେ ନୂଆବର୍ଷର ପ୍ରଥମ ସପ୍ତାହ କେମିତି କଟିବ, କାହା ରାଶିରେ କ’ଣ ରହିଛି, ଆସନ୍ତୁ ସେ ସବୁ ଜାଣିବା ସାପ୍ତାହିକ ରାଶିଫଳରୁ…

ମେଷ : ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ବୃଷ : ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ମିଥୁନ : ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

କର୍କଟ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ସିଂହ : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା : ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ତୁଳା : ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ବିଛା : ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ଧନୁ : ରବିବାର ଓ ସୋମବାର ପରିବାର ସହ ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ନୂଆ ଦ୍ରବ୍ୟ କ୍ରୟ କରିପାରନ୍ତି। ଗୁରୁବାର ଟିକେ ଜଗି ରଖି ଚଳନ୍ତୁ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ।

ମକର : ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

କୁମ୍ଭ : ରବିବାର ଓ ସୋମବାର ଆର୍ଥିକ ଲାଭବାନ ହେବେ। ମଙ୍ଗଳବାର ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ନୂତନ ନିଯୁକ୍ତି ମିଳିପାରେ। ଶନିବାର ଜଗି ରଖି ଚଳନ୍ତୁ।

ମୀନ : ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଧର୍ମ କାମରେ ମନ ଦେବେ। ଗୁରୁବାର କିଛି ନୂଆ କାମ ହାତକୁ ନେଇ ପାରନ୍ତି। ଶୁକ୍ରବାର ଓ ଶନିବାର ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.