ରାଶିଫଳ

ରାଶିଫଳ ଏ ସପ୍ତାହର !

ରବିବାର ସକାଳଠାରୁ ଆରମ୍ଭ ହୁଏ ଏକ ନୂଆ ସପ୍ତାହ। ସପ୍ତାହର ଆରମ୍ଭରୁ ହିଁ ଲୋକମାନେ ପୂରା ସପ୍ତାହ କ’ଣ କରିବେ, ତାହାର ପ୍ଲାନିଂ କରିଥାନ୍ତି। ଏଥିସହ କିଛି ଲୋକ ରବିବାର ଠାରୁ ହିଁ ସପ୍ତାହଟି କେମିତି କଟିବ, ସେ ନେଇ ଜାଣିବାକୁ ଇଚ୍ଛୁକ ଥାନ୍ତି। ଏଣୁ ରାଶିଫଳ ଜାଣିବାକୁ ସମସ୍ତଙ୍କ ମନରେ ଖୁବ୍‌ ଆଗ୍ରହ ରହିଥାଏ। ତେଣୁ ସକାଳୁ ସକାଳୁ ଆସନ୍ତୁ ପଢ଼ିବା ଏ ସପ୍ତାହର ରାଶିଫଳ…

ମେଷ : ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ବୃଷ : ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ମିଥୁନ : ରବିବାର ଓ ସୋମବାର ପରିବାର ସହ ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ନୂଆ ଦ୍ରବ୍ୟ କ୍ରୟ କରିପାରନ୍ତି। ଗୁରୁବାର ଟିକେ ଜଗି ରଖି ଚଳନ୍ତୁ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ।

କର୍କଟ : ରବିବାର ଓ ସୋମବାର ଆର୍ଥିକ ଲାଭବାନ ହେବେ। ମଙ୍ଗଳବାର ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର କାମର ବୋଝ ଟିକେ ହାଲ୍‌କା ହେବ। ଶୁକ୍ରବାର ନୂତନ ନିଯୁକ୍ତି ମିଳିପାରେ। ଶନିବାର ଜଗି ରଖି ଚଳନ୍ତୁ।

ସିଂହ : ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

କନ୍ୟା : ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ତୁଳା : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ବିଛା : ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

ଧନୁ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ମକର : ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

କୁମ୍ଭ : ରବିବାର, ସୋମବାର ଓ ମଙ୍ଗଳବାର ଧନ ପ୍ରାପ୍ତି ହେବ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ମୀନ : ରବିବାର ମନ ପ୍ରଫୁଲ୍ଲ ରହିବ। ସୋମବାର ନୂଆ କାମ ହାତକୁ ନେବେ। ଆୟ ବଢ଼ିବ। ମଙ୍ଗଳବାର କାର୍ଯ୍ୟସିଦ୍ଧି ହେବ। ବୁଧବାର ଧର୍ମ କାମରେ ମନ ଦେବେ। ଗୁରୁବାର କିଛି ନୂଆ କାମ ହାତକୁ ନେଇ ପାରନ୍ତି। ଶୁକ୍ରବାର ଓ ଶନିବାର ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।

WCW 11

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

9 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

18 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

21 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

55 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

56 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago