Odisha News
.

କିସ ଭିଜିଟରେ କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ

କିସ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ । କିସ ବିଶ୍ୱବିଦ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଛାତ୍ରୀମାନେ ଫୁଲମାଳ ସହ ଚନ୍ଦନ ଲଗାଇ ସ୍ୱାଗତ କରିଥିଲେ । ତାଙ୍କୁ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଥିଲେ ଜଣେ ଭଲ ମଣିଷ ହେବା ପାଇଁ ଶିକ୍ଷିତ ସହ ସଂସ୍କାରୀ ମଧ୍ୟ ହେବା ଦରକାର । ସମାଜ ଓ ଦେଶ ପାଇଁ କିଛି କରିବାକୁ ବଦ୍ଧ ପରିକାର ହେବା ପାଇଁ ଉପଦେଶ ଦେଇଥିଲେ । କିସ ଭଳି ଏକ ବିଶ୍ୱସ୍ତରୀୟ ଅନୁଷ୍ଠାନ ପାଇଁ ଏହାର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ । କାର୍ଯ୍ୟକ୍ରମରେ କିଟ ଓ କିସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ, ସମ୍ପାଦକ ଆର.ଏନ ଦାଶ, ମୁଖ୍ୟକାର‌୍ୟ୍ୟନିର୍ବାହୀ ଅଧିକାରୀଙ୍କ ସହ ଅନ୍ୟ ଅତିଥିମାନେ ମଧ୍ୟ ଉପସ୍ଥିତ ଥିଲେ ।

Loading...

Leave A Reply

Your email address will not be published.