ଲାଇଫ୍ ଷ୍ଟାଇଲ୍

ନିଶ୍ଚୟ ଖାଆନ୍ତୁ ଭିଟାମିନ୍‌ ଓ ପ୍ରୋଟିନରେ ଭରପୂର ଥିବା ଏହି ପତ୍ର, ଶରୀର ରହିବ ଏକଦମ୍‌ ନିରୋଗ

ଗରମା ଗରମ ପୋଇ ଶାଗ ଖାଇବା ଶରୀର ପାଇଁ ଅନେକ ଫାଇଦାୟକ ହୋଇଥାଏ । ପୋଇ ଗଛକୁ ବଢ଼ାଇବା ପାଇଁ ବେଶି କିଛି କଷ୍ଟ କରିବାକୁ ପଡିନଥାଏ । ଏହାକୁ ଲୋକମାନେ ସାଲାଡ୍, ତରକାରୀ ବା ସୁପ କରି ପିଇବାକୁ ପସନ୍ଦ କରିଥାନ୍ତି । ଭିଟାମିନ୍ ଏ, ଭିଟାମିନ୍‌ ବି ୧୨, କ୍ୟାଲୋରୀ, ପ୍ରୋଟିନ୍, କାର୍ବୋହାଇଡ୍ରେଟ୍,ଫ୍ୟାଟ୍,ଫାଇବର ଏବଂ ଆଇରନ ଏବଂ ଅନେକ ପୋଷକ ତତ୍ତ୍ୱରେ ଭରପୂର ଥିବା ପୋଇ ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ଦୂର ହୋଇଥାଏ ।

ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ ପ୍ରତିଦିନ ୧୦୦ ଗ୍ରାମ ପୋଇ ସାଗ ଖାଇବା ଦ୍ୱାରା ୧୦୦ ପ୍ରତିଶତ ଭିଟାମିନ୍‌ ସି ଏବଂ ଭିଟାମିନ୍‌ ଏ ଶରୀରକୁ ମିଳିଥାଏ । ଏହି ଦୁଇ ପୋଷକ ତତ୍ତ୍ୱ ଷ୍ଟ୍ରଙ୍ଗ ଇମ୍ୟୁନିଟୀ ପାଇଁ ଜରୁରୀ ହୋଇଥାଏ ।

କିଛି ଲୋକ ପୋଇକୁ କେବଳ ଶରୀରରେ ହିମୋଗ୍ଲୋବିନ୍ ବଢ଼ାଇବା ପାଇଁ ବ୍ୟବହାର କରାଯାଏ ବୋଲି ଭାବିଥାନ୍ତି । କିନ୍ତୁ ଏଥିରେ ଅନେକ ପ୍ରକାରର ଉପକାରୀ ଗୁଣ ରହିଛି । ଏହା ହିମୋଗ୍ଲୋବିନ୍ ବଢ଼ାଇବା ସହ ହୃଦୟକୁ ମଧ୍ୟ ସୁସ୍ଥ ରଖିଥାଏ । ପୋଇ ଆନେମିଆ ରୋଗୀଙ୍କ ପାଇଁ ଔଷଧଠାରୁ ଅଧିକ ଲାଭଦାୟକ ହୋଇଥାଏ ।
ପୋଇ ଶରୀର ସହ କେଶ ପାଇଁ ଲାଭଦାୟକ ହୋଇଥାଏ । ଯେଉଁମାନଙ୍କର କେଶ ଝଡ଼ିବାର ସମସ୍ୟା ରହିଛି, ସେମାନେ ପୋଇକୁ ନିଜ ଖାଦ୍ୟରେ ସାମିଲ କରିବା ଉଚିତ୍, ଯାହା ଶରୀରରେ ଆଇରନ୍ ର ଅଭାବକୁ ଦୂର କରି କେଶ ଝଡ଼ିବା ରୋକିଥାଏ ।

ପୋଇ ତ୍ୱଚାର ଅନେକ ସମସ୍ୟା ଦୂର କରିଥାଏ । ଚର୍ମ ଲୋଚାକୋଚା ହୋଇ ଯାଇଥିଲେ, ପୋଇ ଏବଂ ଲେମ୍ବୁ ରସରେ କିଛି ବୁନ୍ଦା ଗ୍ଲିସେରିନ୍ ମିଶାଇ ରାତିରେ ଶୋଇବା ପୂର୍ବରୁ ଲଗାନ୍ତୁ । ଧିରେ ଧିରେ ତ୍ୱଚାଜନିତ ସମସ୍ତ ସମସ୍ୟା ଦୂର ହୋଇଯିବ ।

ପୋଇରେ ଫଲିକ୍ ଏସିଡ୍ ଏବଂ କ୍ୟାଲସିୟମ ଅଧିକ ମାତ୍ରାରେ ରହିଥାଏ । ଯଦି ଆପଣଙ୍କର ପାଇରିୟା ସମସ୍ୟା ରହିଛି, ତେବେ କଞ୍ଚା ପୋଇର ପତ୍ର ଚୋବାଇବା ଆରମ୍ଭ କରନ୍ତୁ ।

ପୋଇ ରସରେ ଗାଜର ରସ ମିଶାଇ ପିଇବା ଦ୍ୱାରା ପେଟର ଚର୍ବି କମ ହୋଇଥାଏ । ଯଦି ଆପଣ ମୋଟାପଣ ସମସ୍ୟା ଦେଇ ଗତି କରୁଛନ୍ତି, ତେବେ ପୋଇ ରସ ସହ ଗାଜର ବା ଲେମ୍ବୁ ରସ ମିଶାଇ ପିଇ ପାରିବେ ।

ପୋଇ ସାଗରେ ମ୍ୟାଗ୍ନେସିୟମ ରହିଥାଏ । ଯାହା ନିଦ ନହେବା ସମସ୍ୟାକୁ ଦୂର କରିଥାଏ । ପୋଇ ସାଗ ଭଲ ନିଦ ପାଇଁ ବହୁତ ଜରୁରୀ ହୋଇଥାଏ ।

Pritiparna

Recent Posts

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

2 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

7 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

11 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

25 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

38 mins ago

ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ, ଜଙ୍ଗଲରୁ ମୃତଦେହ ଜବତ

ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…

41 mins ago