Below header

ଅଫିସରେ ୮-୧୦ ଘଣ୍ଟା କମ୍ପ୍ୟୁଟର ସାମ୍ନାରେ ବସୁଛନ୍ତି କି ? ତାହେଲେ ଏହାକୁ ଆପଣ ନିହାତି ଜରୁରୀ

ଆଜିକାଲିର ଖରାପ ଜୀବନଶୈଳୀ ପାଇଁ ଲୋକମାନଙ୍କୁ ଯେମିତି ରୋଗ ମାଡି ବସୁଛି। ଏଣିକି ତ ଯୁବପୀଢ଼ି ଅନେକ ରୋଗର ଶିକାର ହେଉଛନ୍ତି। ଏହାର କାରଣ ଗୋଟିଏ ଜାଗାରେ ଅଧିକ ସମୟ ଧରି ବସି ରହିବା। ଏହାଦ୍ୱାରା କେତେ କେତେ ଗମ୍ଭୀର ରୋଗକୁ ସାମ୍ନାକୁ କରିବାକୁ ପଡିଥାଏ ତାହା ଆଜି ଆମେ ଏ ପାଠ୍ୟକ୍ରମରେ ଜଣାଇବୁ।

ଅଫିସରେ କିମ୍ବା ଯେକୌଣସି କର୍ମକ୍ଷେତ୍ରରେ ଦୀର୍ଘ ସମୟ ଧରି ବସି ରହିବା ଯୋଗୁଁ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାର ନଜିର ରହିଛି | ଗୋଟିଏ ସ୍ଥାନରେ କିମ୍ବା କମ୍ପ୍ୟୁଟର ସାମ୍ନାରେ ଦୀର୍ଘ ସମୟ ଧରି ବସି ରହିବା ହାର୍ଟ ପାଇଁ କ୍ଷତିକାରକ ହୋଇଥାଏ |

sitଏହାବ୍ୟତୀତ ଏହି କାରଣରୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟା ମଧ୍ୟ ଦେଖାଦେଇଥାଏ | ହୃଦ ସମ୍ବନ୍ଧୀୟ, ଡାଇବେଟିସ, ମେଦବହୁଳତା, ଉଚ୍ଚ ରକ୍ତଚାପ, ଓଭାରିଆନ କ୍ୟାନସର, କୋଲୋନ କ୍ୟାନସର ଭଳି ସମସ୍ୟା ସୃଷ୍ଟି ହୋଇଥାଏ |

ଦୀର୍ଘ ସମୟ ବସି ରହିବା ଫଳରେ ଶରୀରର ବିଭିନ୍ନ ଅଙ୍ଗକୁ ରକ୍ତ ସଂଚାଳନ ମଧ୍ୟ ଠିକ ଭାବେ ହୋଇନଥାଏ | ଅଧିକ ସମୟ ବସି ରହିବା ଫଳରେ ଗୋଡର ମାଂସପେଶୀ ଗୁଡିକ ଦୁର୍ବଳ ହେଇଯାଏ | ଏକ ତଥ୍ୟ ଅନୁଯାୟୀ ଯେଉଁମାନେ ଅଧିକ ସମୟ ବସି ରହନ୍ତି ସେମାନଙ୍କ ମଧ୍ୟରେ ହୃଦଘାତର ସମ୍ଭାବନା ୧୪୭ ପ୍ରତିଶତ ଅଧିକ ଥାଏ |

ତେବେ ଆମେରିକା ଜର୍ଣ୍ଣାଲ ଅଫ ନର୍ସିଙ୍ଗ ତଥ୍ୟ ଅନୁସାରେ ଅଧିକ ସମୟ ବସିରହି କାମ କରୁଥିବା ପୁରୁଷଙ୍କ ମଧ୍ୟରେ କୋଲୋନ କ୍ୟାନସର ହେବାର ସମ୍ଭାବନା ୨୦ ପ୍ରତିଶତ ଅଧିକ ରହିଥାଏ |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.