ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶିଫଳ

ମେଷ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

brushaବୃଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ଆଜି ଆପଣ ଆତ୍ମ ନିର୍ଭରତାକୁ ମୂଳମନ୍ତ୍ର ରୂପେ ଗ୍ରହଣ କରିବେ। ଘରେ କିମ୍ବା ସାଙ୍ଗମାନଙ୍କ ପାଖରେ କୌଣସି ମହତ୍ୱପୂର୍ଣ୍ଣ ନିଷ୍ପତି ସ୍ଥିର କରିବାକୁ ଥିଲେ ତାହା ନିଜେ ସ୍ଥିର କଲେ ଆପଣଙ୍କ ପାଇଁ ଭଲ ରହିବ।

mithunaମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଆଜି ଆପଣ ଦୈନନ୍ଦିନ ଚର୍ଚ୍ଚାରେ ଏକ ନୂଆ ଦିଗ ଦେବେ। ଆଜି ଆପଣ ସର୍ବଦା କାମ କରିବା ଅଭ୍ୟାସ ଛାଡି ସାଙ୍ଗମାନଙ୍କ ସହ ବୁଲିବାକୁ ଯିବେ। ପୁରୁଣା ବିଚାର ତ୍ୟାଗ କରି ଜୀବନରେ ନୂଆ ବିଚାର ଆଣିବେ।

karkataକର୍କଟ : ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ। ଯଦି ଆପଣ ଘର ବଦଳାଇବାକୁ ଚାହୁଁଛନ୍ତି ଏହି ପରିବର୍ତ୍ତନ ଆପଣଙ୍କ ପାଇଁ ଶୁଭ ହେବ।

singhaସିଂହ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ । ଭାବିଚିନ୍ତି ନିଷ୍ପତି ନେଲେ ଆପଣ ଶେଷରେ ସୁଖ ଭୋଗ କରିବେ।

kanya

 

କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

tulaaତୁଳା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା  କମିଯାଇପାରେ।

bichhaବିଛା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

dhanuଧନୁ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

makaraମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

kumbhaକୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ଆଜି ଆପଣ କୌଣସି ସରକାରୀ ଉଚ୍ଚାଧୀକାରୀଙ୍କ ସହ ସାକ୍ଷାତ ହୋଇପାରେ, ଯିଏ ଆପଣଙ୍କୁ ସରକାରଙ୍କ ସମ୍ବନ୍ଧିତ କାମ କରିବାରେ ସାହାଯ୍ୟ କରିବେ।

minaମୀନ : ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ଆପଣଙ୍କ କାମରେ ଦେଖାଯାଉଥିବା ବାଧା କ୍ଷଣସ୍ଥାୟୀ ଅଟେ, ଯାହା ଉପଯୁକ୍ତ ସମୟରେ ସମାପ୍ତ ହୋଇଯିବ।