ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ
ମେଷ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କର୍କଟ : ଆଜି ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ। ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ସିଂହ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।
କନ୍ୟା : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ପାଇଁ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ତୁଳା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।
ବିଛା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ, ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ଧନୁ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।
କୁମ୍ଭ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।
ମୀନ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି। ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।