ଆପଣଙ୍କ ଭାଗ୍ୟ, ଜାଣନ୍ତୁ ଦିନ ଆରମ୍ଭରୁ କ’ଣ କହୁଛି ଆପଣଙ୍କ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବୃଷ: ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମିଥୁନ: ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।
କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ସିଂହ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କନ୍ୟା : ଦୁଃସାହାସିକ ପଦକ୍ଷେପ ନେବେ। ଭୂସଂପତ୍ତି କ୍ରୟ କରିବେ। ବିଭିନ୍ନ ଦିଗରୁ ଅର୍ଥର ଝଡ ବୋହିବ। ଶୃଙ୍ଖଳତା ପ୍ରତିପାଦନ କରିବେ। ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। ବିବାହ ପାଇଁ ନିର୍ବନ୍ଧ ତାରିଖ ଧାର୍ଯ୍ୟ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ।
ତୁଳା : ଆର୍ଥିକ ବୃତ୍ତିଗତ, ସାମାଜିକ କ୍ଷେତ୍ରରେ ଆଶା ଠାରୁ ଅଧିକ ସଫଳତା ମିଳିବ। କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ।
ବିଛା : ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ହାସଲ କରିବେ। ମାନସିକ ଚିନ୍ତା ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ।
ଧନୁ : ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ। ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବା ଭଲ। ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ। ଚକ୍ଷୁରେ ପୀଡ଼ା ଦେଖାଦେବ। ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ।
ମକର : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା କମିଯାଇପାରେ।
କୁମ୍ଭ : ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି ଦେଖାଯିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମୀନ : ଦେହ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ରହିବ । ବ୍ୟବସାୟରେ ଲାଭ ହେବ । ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।