ଆଜିର ରାଶିଫଳ : ଜାଣନ୍ତୁ କେଉଁ ଲୋକଙ୍କ ଘରେ ଧାର୍ମିକ କାର୍ଯ୍ୟ ହେବ

ମେଷ : ଆଜି ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ ।

ବୃଷ : ଅସମ୍ପୂର୍ଣ୍ଣ କାମକୁ ପୁରା କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହୁଥିବାରୁ ଟେନସନ୍‌ କମିବା ସକାଶେ ଚେଷ୍ଟା କରିବେ ।

ମିଥୁନ : ଆର୍ଥିକ ଅନଟନ କ୍ରମଶଃ ଦୂରେଇଯିବ । ସାମାଜିକ ସ୍ତରରେ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

କର୍କଟ : ମନ ଖୁସି ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ । ରବିଙ୍କ ଦୁର୍ବଳତା କାରଣରୁ ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ । କିନ୍ତୁ ଆରଦ୍ରା ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କର ମନଗଢା କଥା ଶୁଣି ବ୍ୟସ୍ତତା ଅନୁଭବ କରିବେ ।

ସିଂହ : ଆକସ୍ମିକ ଭାବରେ ଖୋଜୁଥିବା ଜିନିଷ କିମ୍ବା ଧନ ଓ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ । କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ ।

କନ୍ୟା : ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ନିଜ ପରିସରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବାକୁ ମନ ବଳାଇବେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି ।

ତୁଳା : ଦୀର୍ଘ ଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଦେଖା ଦେବ । ଉଚ୍ଚବର୍ଗଙ୍କ ସହାୟତା ପ୍ରାପ୍ତିରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ।

ବିଛା : ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ । ସଂଘର୍ଷମୟ ସ୍ଥିତିରେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ । ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ ।

ଧନୁ : କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା ଫଳପ୍ରସୂ ହୋଇପାରେ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ ।

ମକର : କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ଲାଭ କରି କାମ ହାସଲ କରିବେ ।

କୁମ୍ଭ : ସମୟରେ ସବୁ କିଛି ଠିକ୍‌ ହୋଇଯିବ । ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଅବଶ୍ୟ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ।

ମୀନ : ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବ । ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ । ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିବ ।