ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଧର୍ମ କାର୍ଯ୍ୟରେ ଯୋଗ ଦେବେ। ଛୋଟ ଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେବ। କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିପାରିବେ।

ବୃଷ : ସୁସ୍ୱାଦୁ ଭୋଜନ କରିବେ। ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ। ବିଦେଶ ଯାତ୍ରା ସଫଳ ହେବ। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ, କଳା, ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ମିଥୁନ : ପାରିବାରିକ ଅଶାନ୍ତି ଦେଖାଦେବ। ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଣୀ ନିୟନ୍ତ୍ରଣରେ ରଖନ୍ତୁ। ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ।

କର୍କଟ : ବିଦେଶ ଯାତ୍ରା ସଫଳ ହେବ। କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବ। ସବୁ କ୍ଷେତ୍ରରେ ଜୟଲାଭ କରିବେ।

ସିଂହ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ। ସୁସ୍ୱାଦୁ ଭୋଜନ କରିବେ। ଶାରୀରିକ ସମସ୍ୟା ଦେଖାଦେଇପାରେ।

କନ୍ୟା : ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ହାସଲ କରିବେ। ମାନସିକ ଚିନ୍ତା ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ।

ତୁଳା : ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ଶରୀର ଅସୁସ୍ଥ ରହିବ। ଗୃହରେ ଅଶାନ୍ତି ଦେଖାଦେଇପାରେ। ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତ ହେବେ। ଅହଂଭାବ ତ୍ୟାଗ କରିବା ସହ ମନକୁ ଆୟତ୍ତରେ ରଖନ୍ତୁ।

ବିଛା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା କମିଯାଇପାରେ।

ଧନୁ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମକର : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି। ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ। ଖର୍ଚ୍ଚ ବୃଦ୍ଧି ହେବ।

କୁମ୍ଭ : ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ। ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବା ଭଲ। ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ। ଚକ୍ଷୁରେ ପୀଡ଼ା ଦେଖାଦେବ। ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ।

ମୀନ : କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ। ଆୟ ମଧ୍ୟମ ରହିବ। ବିଦ୍ୟାର୍ଥୀ ସଫଳତା ଅର୍ଜନ କରିବେ।