ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ବୃଷ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ସିଂହ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

କନ୍ୟା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ତୁଳା : ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ବିଛା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ଧନୁ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ମକର : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କୁମ୍ଭ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ମୀନ : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।