ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବୃଷ : ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

ମିଥୁନ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ, କଳା, ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

କର୍କଟ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ।

ସିଂହ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

କନ୍ୟା : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ତୁଳା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ବିଛା : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ଧନୁ : କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ମକର: ରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

କୁମ୍ଭ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ ଏବଂ ମଉଜ, ମଜଲିସ୍‌ରେ ଅଧିକ ଧ୍ୟାନ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭବ କରିବେ।

ମୀନ: ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ କର୍ମରେ ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଶରୀର ସୁସ୍ଥ ରହିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।