ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶି, କେମିତି କଟିବ ଆଜିର ଦିନ

ମେଷ :
ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ :
ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।
ମିଥୁନ :
ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।
କର୍କଟ :
ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।
ସିଂହ :
ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।
କନ୍ୟା :
ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।
ତୁଳା :
ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।
ବିଛା :
ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ଧନୁ :
ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
ମକର :
ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
କୁମ୍ଭ :
ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ମୀନ :
ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।