ରାଶିଫଳ: ଆଜି କ’ଣ କହୁଛି ଆପଣଙ୍କ ଭାଗ୍ୟ

ମେଷ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।
ବୃଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ, କଳା, ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।
ମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ସାଧାରଣ କଥାରେ ଯୁକ୍ତି ତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।
କର୍କଟ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।
ସିଂହ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
କନ୍ୟା : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ତୁଳା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ବିଛା : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।
ଧନୁ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। କଡା କଥା କାହାକୁ କୁହନ୍ତୁ ନାହିଁ। ସାବଧାନତାର ସହ ରାସ୍ତା ପାର ହୁଅନ୍ତୁ। ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।
ମକର : ପାଦରେ ଆଘାତ ଲାଗିପାରେ। ଅଧିକ ବେଗରେ ଗାଡି ଚଳାନ୍ତୁ ନାହିଁ। ପରିବାରରେ ଭଲରେ ସମୟ କଟିବ। ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଜୀବନସାଥୀ ଖୁସିର କାରଣ ହେବେ।
କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ : ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।