ଆଜି କେମିତି କଟିବ ପୂରା ଦିନ, କାହା ପ୍ରତି ସତର୍କ ରହିବେ ସବୁ ଜାଣନ୍ତୁ ରାଶିଫଳରୁ

ମେଷ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।
ବୃଷ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମିଥୁନ : ଜନପ୍ରିୟତା ହ୍ରାସ ହେବ। ଆଶା ଆଶଙ୍କାରେ ପରିଣତ ହେବ। ହାତେ ମାପି ଚାଖଣ୍ଡେ ଚାଲନ୍ତୁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ହେବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟ ପାଇଁ ଉତ୍ତର ଦାୟୀ ହେବେ।
କର୍କଟ : ବହୁତ ଦିନର ଅସମ୍ପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। କାର୍ଯ୍ୟଦକ୍ଷତା ପାଇଁ ପୁନଃନିଯକ୍ତି ମିଳିବ। ଦେହ ମନ ସୁସ୍ଥ ରହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।
ସିଂହ : ଦୁଃସାହସିକ ପଦକ୍ଷେପ ନେବେ। ଭୂସଂପତ୍ତି କ୍ରୟ କରିବେ। ବିଭିନ୍ନ ଦିଗରୁ ଅର୍ଥର ଝଡ ବୋହିବ। ଶୃଙ୍ଖଳତା ପ୍ରତିପାଦନ କରିବେ। ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। ବିବାହ ପାଇଁ ନିର୍ବନ୍ଧ ତାରିଖ ଧାର୍ଯ୍ୟ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ।
କନ୍ୟା : ଜନପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ତୁଳା : ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶା ବାସ୍ତବତାରେ ପରିଣତ ହେବ। ଖେଳକୁଦରେ ମୁଖ୍ୟ ଭାବେ ଅଂଶ ଗ୍ରହଣ କରିବେ। ରୋଗମୁକ୍ତ ହେବେ। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ବିଛା : ଆଜି ଦୀର୍ଘଦିନର ବାଦ ବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।
ଧନୁ : ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
ମକର : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କୁମ୍ଭ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ମୀନ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।