ଆଜିର ଭାଗ୍ୟ ! ଏସବୁ ରାଶିର ବ୍ୟକ୍ତିଙ୍କର ଆଜି ରହିଛି ଶୁଭ ଯୋଗ

ମେଷ : ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।
ବୃଷ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ, ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମିଥୁନ : ଆଜି ଆପଣ ବ୍ୟବସାୟରେ ଲାଭବାନ ହେବେ। ପାରିବାରିକ ଶାନ୍ତି ମିଳିବ, କର୍ମକ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ। ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ : ଆଜି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇପାରେ, ବ୍ୟବସାୟରେ ଲାଭ କମ ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ, ଗୁପ୍ତ ଶତୃମାନେ ପରାଜିତ ହେବେ।
ସିଂହ : ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନେବା ଉଚିତ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।
କନ୍ୟା : ଶତ୍ରୁମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ । ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।
ତୁଳା : କର୍ମକ୍ଷେତ୍ରରେ ଉନ୍ନତି କରିବା ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ମାନ ସମ୍ମାନ ପ୍ରାପ୍ତି ହେବ । ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।
ବିଛା : ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।
ଧନୁ : ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।
ମକର : ପ୍ରବଳ ଲାଭ ମିଳିବ। କ୍ୟାରିୟରରେ ଉନ୍ନତି ହେବ। ଘରେ ସୁଖ-ଶାନ୍ତି ଲାଗି ରହିବ। ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ। ଛାତ୍ରଛାତ୍ରୀଙ୍କ ସମୟ ଭଲରେ କଟିବ। ଅଟକିଥିବା କାମ ପୂରଣ ହେବ। ସମ୍ପତ୍ତି ସହ ଜଡ଼ିତ ମାମଲାରେ ବିଜୟୀ ହେବେ।
କୁମ୍ଭ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମୀନ : ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।