ଆଜିର ଭାଗ୍ୟଫଳ ! ଜାଣନ୍ତୁ ଦିନଟି କେମିତି କଟିବ

ମେଷ: କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ଦେହ ସୁସ୍ଥ ରହିବ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ବୃଷ: ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମିଥୁନ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

କର୍କଟ: ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ: ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା: ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ତୁଳା: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା : ପରୀକ୍ଷା, ନିରୀକ୍ଷା କରନ୍ତୁ ନାହିଁ। ସହକର୍ମୀଙ୍କ ବିରୋଧାଚରଣର ସମ୍ମୁଖୀନ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମକର: ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।

କୁମ୍ଭ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ମୀନ: ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।